ଆସନ୍ତା ୪ଦିନ ପ୍ରବଳ ବର୍ଷିବ !

ନୂଆଦିଲ୍ଲୀ: ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୧୨ରୁ ୧୩ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏତଦ ବ୍ୟତୀତ ୧୩ରୁ ୧୪ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲି ଓ କଟକରେ ସର୍ବାଧିକ ତାପମାତ୍ରା ୩୫.୬ ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୮.୫ ଡିଗ୍ରି ସେଲସିୟସ ରହିଛି।

ସମ୍ବନ୍ଧିତ ଖବର