ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା !

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଭଦ୍ରକ, ଯାଜପୁର, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।
ଏଯାବତ ସୁବର୍ଣ୍ଣପୁରରେ ସର୍ବାଧିକ ୩୭.୪ଡିଗ୍ରି ସେଲସିୟସ ତାପମାତ୍ରା ଥିବା ‌ବେଳେ ଫୁଲବାଣୀରେ ୧୯.୦ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe