ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏଥିସହିତ ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବର୍ଷା ସମୟରେ ସତର୍କ ରହିବା ସହିତ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଯାବତ ମାଲକାନଗିରିରେ ସର୍ବାଧିକ ୩୩.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୮.୨ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe