ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ଏତଦ ବ୍ୟତୀତ ଅଗଷ୍ଟ ୧୬ରୁ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଏଯାବତ ବୌଦ୍ଧରେ ୩୬.୦ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୮ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର