୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଧା, ଜଗତସିଂହପୁର, ନୟାଗଡ଼, କଟକ, ଅନୁଗୁଳ, ଦେବଗଡ଼ ଓ କନ୍ଧମାଳ ଆଦି ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ,ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଅଗଷ୍ଟ ୨୮ରୁ ୨୯ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା,ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅଗଷ୍ଟ ୨୯ରୁ ୩୦ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି,ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଯାବତ ବୌଦ୍ଧରେ ୩୫.୦ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୯.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର