୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା! ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୫ରୁ ୬ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ସେପ୍ଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ସେପ୍ଟେମ୍ବର ୭ରୁ ୮ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

ସମ୍ବନ୍ଧିତ ଖବର