ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ !

Advertisment
ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୧୧ରୁ ୧୨ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ,ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image

ଏଥିସହିତ ସେପ୍ଟେମ୍ବର ୧୨ରୁ ୧୫ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ବର୍ଷା ସମୟରେ କିପରି ସତର୍କତା ଅବଲମ୍ବନ କରିବାକୁ ହେବ ସେନେଇ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା  ଦିଆଯାଇଛି।  ସୁନ୍ଦରଗଡ଼ରେ ସର୍ବାଧିକ ୩୫.୦ଡିଗ୍ରି  ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୭.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe