ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ରହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ତାଳଚେରରେ ୩୪.୬ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ମାଲକାନଗିରିରେ ସର୍ବନିମ୍ନ ୨୨.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe