ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷିବ!

Advertisment
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷିବ!

ନୂଆଦିଲ୍ଲୀ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦୁଇଟି ଜିଲ୍ଲା ମଧ୍ୟରେ କୋରାପୁଟ ଓ ନବରଙ୍ଗପୁର ରହିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସହିତ ଳବୈଶା‌ଖୀ ଆଶଙ୍କା ରହିଛି।

୨୪ରୁ ୨୫ ତାରିଖ ମଧ୍ୟରେ ପାଗମୁଖ୍ୟତଃ ଶୁଖିଲା ରହିବ। ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ କାଳବୈଶା‌ଖୀ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱା‌ର୍ଣ୍ଣିଂ ଜାରି କରାଯାଇଛି।

ତେବେ ୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ କେନ୍ଦ୍ର ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏଯାବତ ତାଳଚେରରେ ସର୍ବାଧିକ ୩୩.୮ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ମାଲକାନଗିରିରେ ୨୦.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe