ପ୍ରବଳ ବର୍ଷା ଓ କାଳବୈଶାଖୀ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ପ୍ରବଳ ବର୍ଷା ଓ କାଳବୈଶାଖୀ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ରହିଛି।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରବଳ ବର୍ଷା ଓ କାଳବୈଶାଖୀ ପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଅକ୍ଟୋବର ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe