ପ୍ରବଳ ବର୍ଷା ଓ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଚାରିଟି ଜିଲ୍ଲା ମଧ୍ୟରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ରହିଛି। ବର୍ଷା ସମୟରେ ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ ରହିବାକୁ କୁହାଯିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଅକ୍ଟୋବର ୧୯ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି।

ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଯାବତ ଭାବନୀପାଟଣାରେ ୩୩.୭ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା‌ ବେଳେ ସୁନ୍ଦରଗଡ଼ରେ ୨୦.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର