ଭୁବନେଶ୍ୱର: ଗୁରୁବାର ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟର ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ଦେଓଗଡ଼ ଓ ଅନୁଗୁଳ ଆଦି ଜିଲ୍ଲା ରହିଛି।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁର ଆଦି ରହିଛି। ଏତଦବ୍ୟତୀତ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ଅନୁଗୁଳ, ଦେଙ୍କାନାଳ, ଯାଜପୁର ଭଦ୍ରକ, ବାଲେଶ୍ୱର, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି।
୧୯ରୁ ୨୦ ତାରିଖ ମଧ୍ୟରେ ବି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ପୂର୍ବାନୁମାନ କରାଯାଇଛି।