ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ କଳାହାଣ୍ଡି, ବରଗଡ଼, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଜାନୁଆରି ୧୨ ତାରିଖ ମଧ୍ୟରେ ନୂଆପଡ଼ା, ଝାରସୁଗୁଡ଼ା,ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା ରହିଛି।

ସେହିପରି ଜାନୁଆରି ୧୨ରୁ ୧୩ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଛି।  ଏଥିସହିତ ଜାନୁଆରି ୧୩ରୁ ୧୪ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜାନୁଆରି ୧୬ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe