୧୪ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବାନା ରହିଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସମ୍ଭାବନା ଥିବା ନେଇ ବି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Heavy rain lashes Odisha, causes inundation of several areas - The ...

ସେହିପରି ଜୁଲାଇ ୧୩ରୁ ୧୪ ତାରିଖ ମଧ୍ୟରେ କରୋପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ,ବରଗଡ଼, ବଲାଙ୍ଗୀର, ଜଗତସିଂହପୁର,କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବାନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହିତ ଆସନ୍ତା ଜୁଲାଇ ୧୪ରୁ ୧୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ରାୟଗଡ଼ା, ମାଲକାନଗିରି ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭବାନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦେବା ସହ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର