ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନ ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।
Dailyhuntସେହିପରି ଜୁଲାଇ ୨୦ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜୁଲାଇ ୨୧ ଓ ୨୨ରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି । ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/07/rainy-19_thumb.jpg)