ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି କୁହାଯାଉଛି। ବର୍ତ୍ତମାନ ମୌସୁମୀ ଟ୍ରଫ୍‌ ଲାଇନ୍‌ ନିଜର ପାରମ୍ପରିକ ସ୍ଥାନରେ ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ। ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ କମ୍‌ ରହିବ। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ପୁରୀ ଓ ଅନୁଗୁଳ ଆଦି ରହିଛି। ବର୍ଷା ସମୟରେ ଉକ୍ତ ଜିଲ୍ଲାର ବାସିନ୍ଦାକୁ ଘରୁୁ ବାହାରକୁ ବାହାରିବାକୁ ମନା କରାଯାଇଛି। ଏଥିସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Heavy rain likely in several South Bengal districts from Monday ...
Hindustan Times

ସେହିପରି ଆସନ୍ତା ୨୪ରୁ ୨୫ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୁରଭଞ୍ଜ, କେନ୍ଦୁଝର ଓ ଢ଼େଙ୍କାନାଳ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର