ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ଝାରସୁଗୁଡା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ସୁନ୍ଦରଗଡ଼, ମୟୁରଭଞ୍ଜ, ଝାରସୁଗୁଡା, ଗଞ୍ଜାମ, କନ୍ଧମାଳ ଓ ନୟାଗଡ଼ ଆଦି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ରହିଛି।
ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୩୦ରୁ ସେପ୍ଟେମ୍ବର ୧ ତାରିଖ ମଧ୍ୟରେ ହେବାକୁ ଥିବା ବର୍ଷା ହେତୁ ମାଲକାନଗିରି, କୋରାପୁଟ, ଗଜପତି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।