ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

photo by : scroll.in

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି (ଶୁକ୍ରବାର) ଅପରାହ୍ଣରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ତେବେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଏବେ ଉପକୂଳ ଓଡ଼ିଶାରେ ଆଉ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କାଁ ଭାଁ ସ୍ଥାନରେ ବର୍ଷା ହୋଇପାରେ। ତେବେ, ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ଗୋଟିଏରୁ ଦୁଇଟି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି।

publive-image

ଅନ୍ୟପକ୍ଷରେ, ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି ଯେ ଆଜି (ଶୁକ୍ରବାର) ସକାଳ ୯ ଟା ସୁଦ୍ଧା ମୌସୁମୀ ଓଡ଼ିଶାରୁ ବିଦାୟ ନେଇଛି। ଫଳରେ ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷାର ସମ୍ଭାବନା ନାହିଁ। କେବଳ ଯାହା କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହୋଇପାରେ।

ଗତ ୧୨ ଘଣ୍ଟାରେ ପାରାଦ୍ୱୀପରେ ସର୍ବାଧିକ ୧୫ ମିମି ବର୍ଷା ହୋଇଥିବା ବେଳେ କଟକରେ ୧୪, ପୁରୀରେ ୮, ଭୁବନେଶ୍ୱରରେ ୭.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ସୁନ୍ଦରଗଡ଼ ଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୯.୬ ଡିଗ୍ରି ହୀରାକୁଦ୍‌ ଠାରେ ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe