ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା

India Today

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ଝଡ ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଝଡବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବ। ତେଣୁ ପାଣିପାଗ କେନ୍ଦ୍ର ରାଜ୍ୟର ୫ଟି ଜିଲ୍ଲାକୁ ଏନେଇ ସତର୍କ ସୂଚନା ଜାରି କରିଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର,କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନୂଆପଡ଼ା ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏହି ଝଡ଼ବର୍ଷା ସମୟରେ ଏହି ୫ଟି ଜିଲ୍ଲାବାସୀ ଘରୁ ବାହାରିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ରିପୋର୍ଟରୁ ପ୍ରକାଶ ପାଇଛି।

publive-image The Economic Times

ତେବେ ୨୩ ଓ ୨୪ ତାରିଖରେ ବି କାଳବୈଶାଖୀ ଆଶଙ୍କା ରହିଛି। ୨୫ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଛି। ୨୩ରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ,କନ୍ଧମାଳ, ରାୟଗଡ଼ା ଓ ୨୪ରେ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe