ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୧୦ ଓ ୧୧ରେ ଦକ୍ଷିଣ ଓଡ଼ିଶାରେ ବର୍ଷା

Image Courtesy of India TV News

ଭୁବନେଶ୍ୱର : ଗୁରୁବାର ପୂର୍ବାହ୍ନ ସୁଦ୍ଧା ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ପରବର୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ପଡ଼ିବାର ସମ୍ଭାବନା ରହିଛି।

publive-image

ତେବେ ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବ। ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ବୌଦ୍ଧ, ଅନୁଗୁଳ, କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘନ କୁହୁଡ଼ି ପଡ଼ିବ। ରାସ୍ତା ଠିକ୍‌ ଭାବେ ଦୃଶ୍ୟମାନ ହେବନି। ପ୍ରବଳ ବର୍ଷା ହେବାକୁ ଥିବାରୁ ଅମଳ ହୋଇ ଖଳାରେ ପଡ଼ିଥିବା ଫସଲକୁ ଘୋଡ଼ାଇ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ଘନ କୁହୁଡ଼ି ସମୟରେ ଟ୍ରାଫିକ୍‌ ସମସ୍ୟା ତଥା ଗାଡ଼ି ଚଳାଚଳରେ ପ୍ରଭାବ ପଡ଼ିବାର ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ଏଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି ଯେ ଦୁଇ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତନ ହେବନି। ମାତ୍ର ପରବର୍ତୀ ୩ ଦିନ ଅର୍ଥାତ୍‌ ନୂଆବର୍ଷରୁ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ପାରଦ ସ୍ବାଭାବିକ କିମ୍ବା ତା’ଠାରୁ କମ୍‌ ରହିବା ହେତୁ ଥଣ୍ଡା ଅନୁଭୂତ ହେବ। ଘନ କୁହୁଡ଼ି ମଧ୍ୟ ପଡ଼ିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe