ସୃଷ୍ଟି ହେଲା ଲଘୁଚାପ: ଆଉ ୪ ଦିନ ପ୍ରବଳ ବର୍ଷା, ୧୨ରୁ ବଢ଼ିବ

Advertisment
୬ରୁ ଲଘୁଚାପ ବର୍ଷା, ଅଗଷ୍ଟ ୫ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗେପସାଗର ଉପରେ ଥିବା ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ମୌସୁମୀ ଟ୍ରଫ୍‌ ଲାଇନ୍‌ ଲଘୁଚାପ କ୍ଷେତ୍ର ମଧ୍ୟ ଦେଇ ଗତି କରୁଛି। ଏହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାଗ ମେଘୁଆ ରହିବା ସହ ବର୍ଷା ମଧ୍ୟ ହୋଇଛି। ଆଜି କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଏଥିସହ ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ବି ଭଲ ବର୍ଷା ହୋଇଛି। ଆସନ୍ତା‌ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଆଜି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ୧୧ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୂଆପଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ଏବଂ ୧୨ ତାରିଖ ଦିନ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୂଆପଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

publive-image

୧୨ ତାରିଖ ଆଡ଼କୁ ଧୀରେଧୀରେ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବ। ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଧା, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖ ଦିନ ବି ବ‌ର୍ଷାର ପ୍ରଭାବ ଖୁବ୍‌ ଅଧିକ ରହିବ। କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୋନପୁର ଓ ବୌଦ୍ଧରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଖୋର୍ଧା, କନ୍ଧମାଳ, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ସମ୍ବଲପୁର, ଦେବଗଡ଼, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବ। ଆସନ୍ତାକାଲି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। ସର୍ବୋଚ୍ଚ ଦିନ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ରାତ୍ରି ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe