୭ରୁ ୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା

Advertisment
ଖୋର୍ଦ୍ଧା ଜିଲ୍ଲାରେ କମୁଛି ମୌସୁମୀ ବର୍ଷାର ପରିମାଣ

en.gaonconnection.com

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଜାରି ରହିବ। ଆସନ୍ତା ୭, ୮ ଓ ୯ ତାରିଖ ଦିନ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବର୍ଷା ହୋଇପାରେ। ୭ ତାରିଖ ଦିନଠାରୁ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବ। ସେ ଦିନ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ସେହିଭଳି ୮ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଏବଂ ୯ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ଆହୁରି କହିଛି, ୧୦ ତାରିଖରୁ ରାଜ୍ୟରେ ପବନର ଦିଗ ପରିବର୍ତ୍ତନ ହେବ। ଫଳରେ ରାଜ୍ୟରେ ବର୍ଷା ପାଇଁ ଆହୁରି ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅନ୍ୟପଟେ ୧୨ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଶା କରାଯାଉଛି। ଅପରପକ୍ଷେ ରାଜ୍ୟରେ ଜୁନ୍‌ ଓ ଜୁଲାଇ ପ୍ରଥମ ସପ୍ତାହରେ ଭଲ ବର୍ଷା ହୋଇଥିଲେ ମଧ୍ୟ କିଛି କିଛି ଜିଲ୍ଲାରେ ଅଭାବୀ ବର୍ଷା ରେକର୍ଡ ହୋଇଛି। ଜୁନ୍‌ ୧ରୁ ଜୁଲାଇ ୫ ପର୍ଯ୍ୟନ୍ତ ରାଜ୍ୟରେ ପ୍ରାୟ ୨୨୦.୪ ମିମି ବର୍ଷା ହୋଇଥିବା ବେଳେ ଏହା ସ୍ବାଭାବିକଠାରୁ ୧୭% କମ୍‌ ରହିଛି। ଏହି ସମୟ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୨୬୫.୪ ମିମି ବର୍ଷା ହୋଇଥାଏ। ଏ ପର୍ଯ୍ୟନ୍ତ ରାଜ୍ୟର ୧୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୪ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ଏଥିସହ କୋରାପୁଟ ଓ ନୂଆପଡ଼ା ଆଦି ୨ଟି ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ତେବେ ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ଲାଗି ରହିବା ସହ ୧୨ ତାରିଖରୁ ହେବାକୁ ଥିବା ଲଘୁଚାପ ବର୍ଷା ଏହାର ଭରଣା କରିପାରିବ ବୋଲି ବିଶେଷଜ୍ଞମାନେ ଆଶା ପୋଷଣ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe