ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ, ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

India TV News

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୪ ଦିନ ଅର୍ଥାତ୍‌ ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର କହିଛି, ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ସମୁଦ୍ରପତ୍ତନରେ ଲମ୍ବିଥିବା ନିମ୍ନ ଚାପରେଖା ବା ଟ୍ରଫ-ଲାଇନ୍‌ ପ୍ରଭାବ ଓ ଦକ୍ଷିଣ ବାଂଲାଦେଶ ତଥା ତାର ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୨.୧ରୁ ୭.୬କିମି ଯାଏ ବ୍ୟାପିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି। ଏହି ଦୁଇ ପାଣିପାଗ ନିୟାମକ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହାବ୍ୟତୀତ ଆସନ୍ତାକାଲି ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୨୪ ତାରିଖ ଦିନ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ଏଥିସହ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe