ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ କାଳବୈଶାଖୀ ସମ୍ଭାବନା: ୧୦ ଜିଲ୍ଲା ପାଇଁ ଅରେଞ୍ଜଓ୍ଵାର୍ଣ୍ଣିଂ ଓ ୭ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

SkyMateWeather

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୨୧ ତାରିଖ ମଙ୍ଗଳବାର ଅପରାହ୍ଣ ଠାରୁ ୨୨ ତାରିଖ ବୁଧବାର ଅପରାହ୍ଣ) ରାଜ୍ୟର ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତର ଠାରୁ ଆରମ୍ଭ କରି ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତଏକ ସତର୍କ ସୂଚନାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞକଜ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକ୍‌ୁ ପ୍ରବଳ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଢ଼େଙ୍କାନାଳ, ଅନୁଗୁଳ, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ମଧ୍ୟ ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।

publive-image SkyMateWeather

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକ୍‌ୁ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe