ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ରହିଛି ପ୍ରବଳ ଝଡ଼ବର୍ଷା ସମ୍ଭାବନା

Advertisment
ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ରହିଛି ପ୍ରବଳ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ଅପରାହ୍ନ ଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଉତ୍ତର, ଆଭ୍ୟନ୍ତର, କେନ୍ଦ୍ରୀୟ, ଉପକୂଳ ଓ ଦକ୍ଷିଣର ବହୁ ଜିଲ୍ଲାରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ଅପରାହ୍ନ ଠାରୁ ଆସନ୍ତାକାଲି (ସେପ୍ଟେମ୍ବର ୩୦, ବୁଧବାର) ଅପରାହ୍ନ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
ଅକ୍ଟୋବର ୧, ଗୁରୁବାର ଦିନ ଢ଼େଙ୍କାନାଳ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅକ୍ଟୋବର ୨, ଶୁକ୍ରବାର ଦିନ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ଅନୁୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।
ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe