୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିତ୍ପାତ ରଚିବ ପ୍ରବଳରୁ ଅତିପ୍ରବଳ ବର୍ଷା ! ୫ ଜିଲ୍ଲାକୁ ରେଡ୍‌, ୮ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିତ୍ପାତ ରଚିବ ପ୍ରବଳରୁ ଅତିପ୍ରବଳ ବର୍ଷା ! ୫ ଜିଲ୍ଲାକୁ ରେଡ୍‌, ୮ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟବାସୀଙ୍କୁ ପ୍ରବଳ ବର୍ଷାରୁ ନିସ୍ତାର ମିଳିବାର କୌଣସି ସମ୍ଭାବନା ନାହିଁ। ଉତ୍ତର ଉପକୂଳ ଓଡ଼ିଶା ଏବଂ ପଡୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ‘ୱେଲ ମାର୍କେଡ୍‌ ଲୋ ପ୍ରେସର ଏରିଆ’ ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଏବଂ ଝାଡଖଣ୍ଡ ଉପରେ ରହିଛି। ଏଥିସହ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ନୂତନ ଲଘୁଚାପ କ୍ଷେତ୍ର ଅଗଷ୍ଟ ୨୩ ବେଳକୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ତମାମ୍‌ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାର ବହୁସ୍ଥାନରେ ମଧ୍ୟମ ବୃଷ୍ଟିପାତ ହୋଇଥିବା ବେଳେ ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ଏବଂ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି।
ଏପରିସ୍ଥିତରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୧ ତାରିଖ ଅପରାହ୍ନ ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ତଥା ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image

ରେଡ୍‌ ବା ଲାଲ୍‌ ଓ୍ଵାର୍ଣ୍ଣିଂ

ତେବେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ, ଦେବଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ସହିତ ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ୍‌ ବା ଲାଲ୍‌ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ପ୍ରଭାବ:
୧- କେତେକ ସ୍ଥାନରେ ୱାଟର ଲଗିଂ ଏବଂ ଫ୍ଲାସ୍‌ ବନ୍ୟା ସୃଷ୍ଟିହେବ।
୨- ଅନେକ ସ୍ଥାନରେ ରାସ୍ତା ଧୋଇଯିବା ସହ କଚା ଘରର କ୍ଷତି ଘଟିବ
୩- ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ମଧ୍ୟ ସମ୍ଭାବନା ରହିଛି।

କମଳା ବା ଅରେଞ୍ଜ ଓ୍ଵାର୍ଣ୍ଣିଂ

ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କମଳା ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ପ୍ରଭାବ:
୧. ନିମ ଅଞ୍ଚଳରେ ଜଳବନ୍ଦୀ ହେବା
୨. କଚା ଘର ଏବଂ ରାସ୍ତାରେ କ୍ଷତି

ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ

କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବର୍ଷା ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe