ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଲଘୁଚାପର ରୂପ ନେଉଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୋମବାର ସତର୍କ ସୂଚନା ଜାରି କରିଛି।
Sambad is now on WhatsApp
Join and get latest news updates delivered to you via WhatsApp
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାୟଗଡ଼ା, କୋରାପୁଟ,କନ୍ଧମାଳ, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସମ୍ବଲପୁର, ସୋନପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ପବନ ଓ ବିଜୁଳି ଘଡ଼ଘଡି ବି ମାରି ପାରେ। ତେଣୁ ବର୍ଷା ସମୟରେ ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବା ସହିତ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ବାରଣ କରାଯାଇଛି। ଗତକାଲି ସୁନ୍ଦରଗଡ଼, ନବରଙ୍ଗପୁର, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ପୁରୀ, ବରଗଡ଼, କେନ୍ଦୁଝର, କଳାହାଣ୍ଡି,ଖୋର୍ଦ୍ଧା, ସମ୍ବଲପୁର, ଢ଼େଙ୍କାନାଳ,ଅନୁଗୁଳ ଓ ଦେଓଗଡ଼ ଆଦି ସ୍ଥାନରେ ବର୍ଷା ହୋଇଥିଲା।