୧୧ଟି ଜିଲ୍ଲାରେ ଅାଉ ୨୪ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ପଶ୍ଚିମବଙ୍ଗ  ଓ  ଝାଡ଼ଖଣ୍ଡ ସହିତ  ଓଡ଼ିଶାରେ ବି ପଡ଼ିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ସୋମବାର ପୂର୍ବାନୁମାନ କରିଛି।

ଲଘୁଚାପର ପ୍ରଭାବରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡା, କଟକ, ସମ୍ବଲପୁର, ଅନୁଗୁଳ ଓ ସୁନ୍ଦରଗଡ଼ ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୫୦ ମିମିରୁ ଅଧିକ ବର୍ଷା ହୋଇପାରେ।

ସେହିପରି ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ ଅାସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସମୁଦ୍ର ଭିତରକୁ ନ ଯିବା ପାଇଁ  ମତ୍ସ୍ୟଜୀବୀମାନଙ୍କୂ  ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସମ୍ବନ୍ଧିତ ଖବର