ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜରି କରାଯାଇଛି। ସେହିପରି କୋରାପୁଟ, ରାୟଗଡା, ଖୋର୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ସମ୍ବଲପୁର, କାଲାହାଣ୍ଡି ଏବଂ ଭଦ୍ରକ ଜିଲ୍ଲାରେ ବି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ‌ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ କାଲାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଆନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଧା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ‌ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ।

publive-image NDTV.com

ଅକ୍ଟୋବର ୧ରୁ ୨ ତାରିଖ ମଧ୍ୟରେ ଜଗତ୍ସିଂହପୁର, କଟକ, ପୁରୀ, କେନ୍ଦ୍ରାପଡା ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe