୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ସମ୍ବଲପୁର ଆଦି ରହିଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି,କନ୍ଧମାଳ, କୋରାପୁଟ, ମାଲକାନଗିରି, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ପୁରୀ ଓ ବଲାଙ୍ଗୀର ଆଦି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଜୁନ ୧୫ରୁ ୧୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର