ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ! ୟେଲୋ ଓ ଅରେଞ୍ଜ ୱା‌ର୍ଣ୍ଣିଂ ଜାରି

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ! ୟେଲୋ ଓ ଅରେଞ୍ଜ ୱା‌ର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦୁଇଟି ଜିଲ୍ଲା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ରହିଛି। ଏହି ଦୁଇଟି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ଅରେଞ୍ଜ ୱା‌ର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଫଳରେ ଏହି ଦୁଇଟି ଜିଲ୍ଲାର କିଛି ଅଞ୍ଚଳରେ ପାଣି ଜମି ଟ୍ରାଫିକ ସମସ୍ୟା ଦେଖାଦେଇପାରେ। ନଦୀରେ ଜଳ ସ୍ତରର (ସୁବର୍ଣ୍ଣରେଖା ବେସିନ)ବୃଦ୍ଧି ହୋଇପାରେ। ବନ୍ୟା ସୂଚନା ପାଇଁ କେନ୍ଦ୍ରୀୟ ଜଳ ଆୟୋଗ ୱେବସାଇଟ୍ ପରିଦର୍ଶନ କରି ପାରିବେ ଜିଲ୍ଲାବାସୀ।

ଏଥିସହିତ ସେପ୍ଟେମ୍ବର ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ‌ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe