ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ୱା‌ର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ରେଡ୍ ଓ କିଛି ଜିଲ୍ଲାକୁ ଅରେଞ୍ଜ ଓ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ ନୟାଗଡ଼ା ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

Germany's vulnerability to climate change: heavy rain in focus | adelphi

ଏଥିସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ରହିଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ରହିଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ସକାଳ ୮ଟା୩୦ରୁ ଅପରାହ୍ନ ୨ଟା ୪୫ ମାଧ୍ୟରେ ଭୁବନେଶ୍ୱରରେ ୭୮ମିମି ବର୍ଷା ରେକର୍ଡ କରାଯାଇଛି। ଅପରାହ୍ନ ୪ଟାରୁ ରାତି ୧୦ଟା ଭିତରେ ଭୁବନେଶ୍ୱର ଓ କଟକରେ ଘଣ୍ଟା ପ୍ରତି ୫୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ୧୪ ଯାଏଁ ମସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଉଛି। ସମସ୍ତ ବନ୍ଦରରେ ତିନି ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

ସମ୍ବନ୍ଧିତ ଖବର