ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶା ରାଜ୍ୟର ୧୨ଟି ଜିଲ୍ଲା ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରବିବାର ପୂର୍ବାନୁମାନ କରିଛି। ଅନୁଗୁଳ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାର ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଏହି ଜିଲ୍ଲାର ଅଧିବାସୀମାନଙ୍କୁ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୩୫.୫ଡିଗ୍ରୀ ଥିବା ବେଳେ ହୀରାକୁଦରେ ୨୦.୧ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି କଟକ, ନୟାଗଡ଼, ସୋନପୁର, ଖୋର୍ଦ୍ଧା, କଳାହାଣ୍ଡି, ଅନୁଗୁଳ, ସମ୍ବଲପୁର,କେନ୍ଦୁଝର, ବରଗଡ଼, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe