ଭୁବନେଶ୍ବର: ଗତ କିଛି ଦିନ ହେଲାଣି ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ତେବେ ବର୍ଷାର ସ୍ଥିତି ସମ୍ପର୍କରେ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ କମିଶନର ପିକେ ଜେନା କହିଛନ୍ତି ଯେ, ୧୦ଟି ଜିଲ୍ଲାରେ ୨୦୦ମିଲି ମିଟର ବର୍ଷା ହୋଇଛି ।
ନବରଙ୍ଗପୁର ଜିଲ୍ଲାକୁ ଛାଡି ଦେଲେ ବାକି ସବୁ ଜିଲ୍ଲାରେ ସ୍ୱଭାବିକଠୁ ଅଧିକ ବର୍ଷା ହୋଇଛି । ସବୁଠୁ ଅଧିକ ଅସ୍ତରଙ୍ଗ, କାକଟପୁର, ବୀର ମହାରାଜପୁରରେ ୫୦୦ମିଲି ମିଟର ଉପରେ ବର୍ଷା ହୋଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ ପାଇଛି। ଏଥିସହିତ ଏହି ଦୁଇଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସେପ୍ଟେମ୍ବର ୧୪ରୁ ୧୫ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ପାଣିପାଗ ବିଭାସଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/0683e103-13ca-4482-9141-cc6c32579b4f.jpg)