Zee News
ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ମଙ୍ଗଳବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ବର୍ଷା ହୋଇପାରେ। ସେହିପରି ବୌଦ୍ଧ, କୋରାପୁଟ, ଗଜପତି, ନୟାଗଡ଼, ଭଦ୍ରକ, ନୂଆପଡ଼ା, ଢ଼େଙ୍କାନାଳ, ଯାଜପୁର ଓ ବାଲେଶ୍ୱର ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଏଥିସହିତ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ବି ଦିଆଯାଇଛି।
Zee Newsସେହିପରି ଆସନ୍ତା ଜୁଲାଇ ୧୫ରୁ ୧୬ ମଧ୍ୟରେ ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଆଦି ଜିଲ୍ଲାରେ ଗୋଟଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ନୂଆପଡ଼ା, ନବରଙ୍ଗପୁର, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
Follow Us