ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
/sambad/media/post_attachments/wp-content/uploads/2018/07/rain_0853cf94-4eb8-11e7-942b-1b07039b2a8c-e1531893313325.jpg)
ଅଗଷ୍ଟ ୧୦ରୁ ୧୧ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗୀର ରହିଛି। ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Dailyhuntଅଗଷ୍ଟ ୧୧ରୁ ୧୨ ତାରିଖ ମଧ୍ୟରେ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅଗଷ୍ଟ ୧୨ରୁ ୧୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଆସନ୍ତା ୧୩ରୁ ୧୪ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ ଦେବଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭବାନା ରହିଥିବା ନେଇ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/Heavy-Rain09_Thumb.jpg)