ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଯାଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Advertisment

Monsoon revives in Odisha, heavy rainfall predicted | Sambad English

ଅଗଷ୍ଟ ୧୦ରୁ ୧୧ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗୀର ରହିଛି। ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

MeT Dept forecasts heavy rain in Odisha's 11 districts, issues ... Dailyhunt

ଅଗଷ୍ଟ ୧୧ରୁ ୧୨ ତାରିଖ ମଧ୍ୟରେ  ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୧୨ରୁ ୧୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଆସନ୍ତା ୧୩ରୁ ୧୪ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ ଦେବଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭବାନା ରହିଥିବା ନେଇ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।