ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, କଟକ, ଖୋର୍ଧା, ପୁରୀ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
/sambad/media/post_attachments/240119944cf8eb65fb76b704d3eba15b66b31a53efb3d4715db313c49ae4380c.jpeg)
ଏଥିସହିତ ଆଗାମୀ ଜୁନ ୧୩ରୁ ୧୬ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏବେ ସୁଦ୍ଧା ରାଜ୍ୟର ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୩୫ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୫ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।