ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର ଓ ମୟୂରଭଞ୍ଜ ରହିଛି। ଏହି ଦୁଇଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳ ବର୍ଷା ହେତୁ ତଳିଆ ଅଞ୍ଚଳରେ ବର୍ଷା ଜଳ ଭରି ଯାଇ ପାରେ। ସହରାଞ୍ଚଳରେ ପ୍ରବଳ ବର୍ଷା ହେତୁ ଟ୍ରାଫିକ ସମସ୍ୟା ଦେଖା ଦେଇପାରେ। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇ ପାରେ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କାଳବୈଶାଖୀ ଓ ବଜ୍ରପାତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢ଼େଙ୍କାନାଳ ରହିଛି।

 

ସମ୍ବନ୍ଧିତ ଖବର