ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ,ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କଟକ, ପୁରୀ, ଖୋର୍ଦ୍ଧା, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, କୋରାପୁଟ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି।

ସେହିପରି ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ଅନୁଗୁଳ, ସମ୍ବଲପୁର ସମେତ ଢ଼େଙ୍କାନାଳ, ଝାରସୁଗୁଡା,ବରଗଡ଼, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମୟୁରଭଞ୍ଜ, ବଲାଙ୍ଗୀର ଓ ଯାଜପୁର ଆଦି ଜିଲ୍ଲାରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, ବାଲେଶ୍ୱର, ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର