ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଉକ୍ତ ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୁରଭଞ୍ଜ ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜା‌ରି କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢ଼େଙ୍କାନାଳ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଡିସେମ୍ବର ୬ରୁ ୧୦ ତାରିଖ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ୨୯.୫ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ୧୪.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର