ଆସନ୍ତା ତିନିଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ତିନିଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିବା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳିରହିଛି।

ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ଯାଏ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭବାନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଆଦି ରହିଛି। ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଆଦି ଜିଲ୍ଲା ସମେତ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା,ନୟାଗଡ଼, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଅଗଷ୍ଟ ୧୫ରୁ ୧୬ ତାରିଖ ଭିତରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ନୂଆପଡ଼ା ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର,କଳାହାଣ୍ଡି ଓ ଢ଼େଙ୍କାନାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Heavy rains likely today The Hans India

ଆସନ୍ତା ୧୬ରୁ ୧୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର,ବରଗଡ଼,ନବରଙ୍ଗପୁର,ନୂଆପଡ଼ା,ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe