ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ସେହିଭଳି ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଦିଆଯାଇଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି। ସୂଚନା ଅନୁସାରେ ବର୍ଷା ସମୟରେ ସମୁଦ୍ର ଅଶାନ୍ତ ରହିବ ଓ ପବନର ବେଗ ୫୦ରୁ ୬୦କିଲୋମିଟର ରହିବ। ସମୁଦ୍ର ଭିତରକୁ ପ୍ରବେଶ ନକରିବା ପାଇଁ ମତ୍ସଜୀବୀଙ୍କୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe