ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ୫ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା

ଭୁବନେଶ୍ୱର : ଆଜି ରାଜ୍ୟରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ରାୟଗଡ଼ା, ଗଜପତି, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ବାସିନ୍ଦାଙ୍କୁ ଏହି ଝଡବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଉତ୍ତର ଓଡ଼ିଶାରେ ବି ବିଜୁଳି ଓ ଘଡ଼ଘଡ଼ ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତାକାଲିଠୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣି ସକ୍ରିୟ ହେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି।
ତେବେ ଦୁଇ ତିନି ଦିନ ହେଲା ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି। ଫଳରେ ଅସହ୍ୟ ଗରମରୁ ରକ୍ଷା ମିଳିଛି।

ସମ୍ବନ୍ଧିତ ଖବର