କଟକ: ରାଜ୍ୟ ମାନବାଧିକାର କମିସନରେ ସ୍ଥାୟୀ ଅଧୢକ୍ଷ ପଦ କେବେ ପୂରଣ ହେବ ସେ ନେଇ ସରକାର ଆସନ୍ତା ୨୧ ତାରିଖ ଦିନ ସ୍ପଷ୍ଟ କରିବେ। ଆଜି ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍.ଜାଭେରୀ ଓ ଜଷ୍ଟିସ ବିଶ୍ବନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ମାମଲାର ଆଜି ଶୁଣାଣି ସମୟରେ ସରକାରଙ୍କ ପକ୍ଷରୁ ଏହି ପ୍ରସଂଗରେ ଅବଗତ କରିବା ପାଇଁ ଅଧିକ ସମୟ ଲୋଡା ଯାଇଥିଲା। ମାନବାଧିକାର କମିସନ ଅଧ୍ୟକ୍ଷ ନିଯୁକ୍ତି ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ଓ ପ୍ରକ୍ରିୟା ଏବେ ଜାରି ରହିଛି ବୋଲି ସରକାରଙ୍କ ପକ୍ଷରୁ ଅବଗତ କରାଯାଇଥିଲା। ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଶୁକ୍ରବାରକୁ ଧାର୍ଯ୍ୟ କରିଥିବା ବେଳେ ସରକାର ଅଧ୍ୟକ୍ଷ ନିଯୁକ୍ତିକୁ ନେଇ ସେ ଦିନ ସ୍ଥିତି ସ୍ପଷ୍ଟ କରିବେ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us