କଟକ : ଜେଲରେ କଏଦୀଙ୍କ ଅପମୃତ୍ୟୁ ଘଟଣା ଓ ଜେଲ ସଂସ୍କାର ପ୍ରସଂଗରେ କି ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ଅବଗତ କରିବା ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ଭିନିତ ସରନ ଓ ଡକ୍ଟର ଜଷ୍ଟିସ ବି.ଆର୍.ଷଡଙ୍ଗୀଙ୍କୁ ଗଠିତ ଖଣ୍ଡପୀଠ ହାଇକୋର୍ଟ ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ଏହି ପ୍ରସଂଗରେ ସରକାରଙ୍କୁ ସତ୍ୟପାଠ ମାଧ୍ୟମରେ ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୁନ୍ ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି। ସରକାରଙ୍କ ପକ୍ଷରୁ ଆଇନଜୀବୀ ବିଷ୍ଣୁ ଚରଣ ପ୍ରଧାନ ମାମଲା ପରିଚାଳନା କରୁଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ ଦେଶର ବିଭିନ୍ନ ରାଜ୍ୟର ଜେଲରେ କଏଦୀଙ୍କ ଅପମୃତ୍ୟୁ, ଜେଲ ଭିତରେ ବିଭିନ୍ନ ମୌଳିକ ସୁବିଧା, ଜେଲ ସଂସ୍କାର ପ୍ରସଂଗକୁ ନେଇ ସୁପ୍ରିମକୋର୍ଟରେ ମାମଲା ରୁୁଜୁ ହୋଇଥିଲା। ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ପ୍ରସଂଗରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ପ୍ରଦାନ କରିଥିଲେ। କେନ୍ଦ୍ର ଓ ସମସ୍ତ ରାଜ୍ୟ ସରକାର ଜେଲରେ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ପ୍ରସଂଗରେ ସବୁ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରକାଶିତ ରାୟରେ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶାବଳୀ କାର୍ଯ୍ୟକାରୀ କରାଯିବା ପ୍ରସଂଗରେ ଶୁଣାଣି ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏହା ପରେ ହାଇକୋର୍ଟର ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ କରାଯାଇଥିଲା।
କଏଦୀଙ୍କ ଅପମୃତ୍ୟୁ ଓ ଜେଲ ସଂସ୍କାର ପ୍ରସଂଗରେ ହାଇକୋର୍ଟଙ୍କ ଜବାବ ତଲବ
/sambad/media/post_attachments/wp-content/uploads/2018/06/high-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)