ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ

Advertisment

ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନିଯୁକ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି।

ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନିଯୁକ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି।

fdfhfhth

କଟକ: ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନିଯୁକ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଜାରି କରିଛନ୍ତି। ନିଯୁକ୍ତି ପ୍ରକ୍ରିୟା ଜାରି ରହିବ, କିନ୍ତୁ ହାଇକୋର୍ଟଙ୍କ ବିନା ଅନୁମତିରେ କୌଣସି ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ନାହିଁ। ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଗଙ୍ଗାମଣି ଜେନା ଓ ଅନ୍ୟ ତିନି ଜଣଙ୍କ ତରଫରୁ ଦାୟର ପୃଥକ୍‌ ମାମଲାର ଏକତ୍ର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଏଥି ସହିତ ମାମଲାରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାର ଓ ଓଡ଼ିଶା ସବ୍-ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ କମିସନ୍‌(ଓଏସ୍‌ଏସ୍‌ଏସ୍‌ସି)କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ତୃତୀୟ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। 

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୭୫୩ ଟି ମହିଳା ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ପଦ ପୂରଣ ପାଇଁ ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ୨୦୨୩ ଏପ୍ରିଲ୍‌ ୨୯ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଲିଖିତ ପରୀକ୍ଷାରେ ଶହେଟି ପ୍ରଶ୍ନ ପଡ଼ିଥିଲା। ପ୍ରତି ପ୍ରଶ୍ନର ଠିକ୍‌ ଉତ୍ତର ପାଇଁ ୧ ମାର୍କ ମିଳିବ ଓ ଭୁଲ ଉତ୍ତର ପାଇଁ ମାର୍କ (୦.୨୫) କଟିବ ବୋଲି ସ୍ପଷ୍ଟ କରାଯାଇଥିଲା। ଲିଖିତ ପରୀକ୍ଷା ପରେ ୨୦୨୩ ଡିସେମ୍ବର ୭ରେ ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ଉତ୍ତର (ଆନସର୍‌ କି’) ପ୍ରକାଶ କରାଯାଇଥିଲା। ୨୦୨୪ ଫେବ୍ରୁଆରି ୫ରେ ସଂଶୋଧିତ ଉତ୍ତର (ଆନସର୍‌ କି’) ଓଏସ୍‌ଏସ୍‌ଏସ୍‌ସି ପ୍ରକାଶ କରିଥିଲେ। ଆବେଦନକାରୀ ଅଭିଯୋଗ କରିଛନ୍ତି ଯେ ଲିଖିତ ପରୀକ୍ଷାରେ ୨୧ଟି ପ୍ରଶ୍ନ ଓ ସମ୍ଭାବ୍ୟ ଉତ୍ତର ତ୍ରୁଟିପୂର୍ଣ୍ଣ ଥିଲା। କେତେକ ପ୍ରଶ୍ନ ସଂପୂର୍ଣ୍ଣ ତ୍ରୁଟିପୂର୍ଣ୍ଣ ଥିବା ବେଳେ ଏଥି ପାଇଁ ପ୍ରାର୍ଥୀଙ୍କୁ ଗ୍ରେସ୍ ମାର୍କ ଦିଆଯାଇଥିଲା। ଅନ୍ୟ କେତେକର ସଂଶୋଧିତ ଉତ୍ତର ସଂଶୋଧିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା। ଏଥିରୁ ଲିଖିତ ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଛି ବୋଲି ଆବେଦନକାରୀଙ୍କ ତରଫରୁ ହାଇକୋର୍ଟରେ ଦର୍ଶାଯାଇଥିଲା। ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ରକ୍ଷା କରାଯାଇ ନଥିବାରୁ ଏହା ଗ୍ରହଣୀୟ ନୁହେଁ ବୋଲି ଆବେଦନରେ ଉଲ୍ଲେଖ କରାଯାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ରମାକାନ୍ତ ଷଡଙ୍ଗୀ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe