କଟକ: ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିବା ବେଳେ ସୁପ୍ରିମକୋର୍ଟ ଏହାକୁ ନେଇ ଉଦ୍ବେଗ ପ୍ରକାଶ କରିବା ପ୍ରସଙ୍ଗରେ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି | ଅପରାହ୍ନ ୨ଟାରେ ହାଇକୋର୍ଟ ବାର ଆକ୍ସନ କମିଟି ବୈଠକ ବସିବାକୁ ଥିବାବେଳେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ | ଗତକାଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଦେଇଥିଲେ ଯେ ବିଚାର ବ୍ୟବସ୍ଥାକୁ ଅଚଳ କରାଯିବା ଉଦ୍ୟମକୁ କୌଣସି ପରିସ୍ଥିତିରେ ବି ଗ୍ରହଣ କରାଯିବ ନାହିଁ।
The Hinduନ୍ୟାୟର ମନ୍ଦିରକୁ ଖୋଲା ରଖିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା କରାଯିବା ଉଚିତ। ଯଦି ସ୍ଥାନୀୟ ପୁଲିସ ଏଥିରେ ବିଫଳ ହେଉଛି ତାହାହେଲେ ଅର୍ଧ ସାମରିକ ବାହିନୀର ସହାୟତା ନିଆଯାଇପାରିବ ବୋଲି ସୁପ୍ରିମ କୋର୍ଟ କହିଥିଲେ | କୋର୍ଟ ଚଳାଇବା ଲାଗି ସିଆରପିଏଫ ଯବାନଙ୍କୁ ମୁତୟନ କରାଯାଇପାରିବ ବୋଲି କୋର୍ଟ କହିଥିଲେ ।
ଜଷ୍ଟିସ ଏସ୍.କେ.କଉଲ ଓ ଜଷ୍ଟିସ କେ.ଏମ.ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଗତକାଲି ଏହି ମାମଲାର ଶୁଣାଣି ଚାଲିଥିବା ବେଳେ କୋର୍ଟ ଏଭଳି ଆଭିମୁଖ୍ୟ ଗ୍ରହଣ କରିଥିଲେ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ ଦାଖଲ କରିଥିବା ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ତେବେ ହାଇକୋର୍ଟ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ କହିଥିଲେ ଯେ କୋର୍ଟ କାର୍ଯ୍ୟ ଚାଲିବା ଏକ ପ୍ରକାର ଅସମ୍ଭବ ହୋଇ ପଡିଛି ଓ ଅପ୍ରୀତିକର ପରିସ୍ଥିତି ଯୋଗୁଁ ଏ ସଂପର୍କିତ ଅଦାଲତ ଅବମାନନା ମାମଲାର ଶୁଣାଣି ହାଇକୋର୍ଟରେ ଘୁଞ୍ଚିଥିଲା।
Follow Us