କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା, ତଦନ୍ତରେ ସହଯୋଗ ପାଇଁ ନିର୍ଦ୍ଦେଶ

Advertisment
ଏକ ଐତିହାସିକ ଏବଂ ଯୁଗାନ୍ତକାରୀ ବଜେଟ୍: ବିଶ୍ବେଶ୍ବର ଟୁଡୁ

କଟକ: ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଦୁଇ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ ଅଭିଯୋଗ‌ ନେଇ ବାରିପଦା ଟାଉନ ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ଲୋଡ଼ି ଟୁଡୁ ଦାଖଲ କରିଥିବା ଆବେଦନର ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ମାର୍ଚ୍ଚ ୪ରେ ଶ୍ରୀ ଟୁଡୁ ଟାଉନ ଥାନା ଆଇଆଇସିଙ୍କ ନିକଟରେ ହାଜର ହେବା ସହିତ ତଦନ୍ତରେ ସହଯୋଗ କରିବେ। ‌ସାକ୍ଷ୍ୟ ପ୍ରମାଣକୁ ପ୍ରଭାବିତ କରିବା ଭଳି କୌଣସି କାର୍ଯ୍ୟ କରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି।

ପରବର୍ତ୍ତୀ ଶୁଣାଣି ସମୟରେ କେସ୍ ଡାଏରି ସହିତ ତଦନ୍ତର ସାନି ସ୍ଥିତି ନେଇ ସରକାର ଅବଗତ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୮କୁ ଧାର୍ଯ୍ୟ କରାଯାଇଛି। ମାମଲାର ବିବରଣୀରୁ ପ୍ରକାଶ ଯେ ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ ଟୁଡୁଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦ୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ଟୁଡୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ୍ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା।

ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏ ନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା। ପୁଲିସ ପୀଡିତଙ୍କ ବୟାନ ରେକର୍ଡ କରିବା ସହିତ ତଦନ୍ତ ଚଳାଇଥିବା ବେଳେ ଟୁଡୁ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ଏଜିଏ ଅରୁପାନନ୍ଦ ଦାସ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe