୨୮ ତାରିଖ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହିତ କାଳବୈଶାଖୀ ସମ୍ଭାବନା

୨୮ ତାରିଖ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହିତ କାଳବୈଶାଖୀ ସମ୍ଭାବନା

Telegraph India

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଛତିଶଗଡ଼ରେ ପହଞ୍ଚିବା ସହ ଟ୍ରପ୍‌ ଲାଇନ୍‌ ଦେଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଥିବାରୁ ବର୍ଷାର ପରିମାଣ କମିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସହିତ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ୨୪ରୁ ୨୫ ତାରିଖ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ବି ରହିଛି। ୨୫ରୁ ୨୬ ତାରିଖରେ ହେବାକୁ ଥିବା କାଳବୈଶାଖୀ ନେଇ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁର ଆଦି ଜିଲ୍ଲାର ବାସିନ୍ଦାକୁ ଏହି ସମୟରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ୨୮ ତାରିଖ ପରେ ଯାଇ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe